ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ଆନନ୍ଦପୁର ,୩/୫: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।

କଂଗ୍ରେସ ନେତା ଜୟଦେବ ନିଜ ଗାଁ ହାଟଡିହୀ ବ୍ଲକ ଶଙ୍ଖଣାଠାରୁ ଶତାଧିକ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ସେ ରିଟର୍ନିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଥିଲେ lଏହି ଅବସରରେ ନିରଞ୍ଜନ ପଟ୍ଟନାୟକ ଏବଂ ତାଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ଉପସ୍ଥିତ ରହିଥିଲେ।

Leave a Reply

Your email address will not be published. Required fields are marked *