ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ବର, ୩/୬ : ଓଡ଼ିଶା ବିଧାନସଭା ଭଙ୍ଗ କରିଛନ୍ତି ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ସୋମବାର ବିଜେଡି ସରକାରଙ୍କ ପଞ୍ଚମ ପାଳିର ଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ସୁପାରିଶ କରିବା ପାଇଁ କ୍ୟାବିନେଟ୍ ନିଷ୍ପତ୍ତି ନିଆଯାଇଥିଲା । ତେବେ ସୁପାରିଶ ପରେ ରାଜ୍ୟପାଳ ବିଧାନସଭା ଭଙ୍ଗ କରିଛନ୍ତି । କହିରଖୁଛୁ ଆସନ୍ତାକାଲି ଜୁନ ୪ରେ ଲୋକସଭା ଓ ବିଧାନସଭା ୨୦୨୪ର ରେଜଲ୍ଟ ଆସିବାକୁ ଯାଉଛି । ଭୋଟ ଗଣତି ପୂର୍ବରୁ ସୋମବାର ଶେଷ ବୈଠକ ବସିଥିଲା ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ ।