ଜୁନ ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର,୧୧/୬ : ଆସନ୍ତା ଜୁନ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ । ୨୦୨୦ କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ଯାହା ପରେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା । କିନ୍ତୁ ଏବେ ଏହାକୁ ହଟାଯାଇଛି।