ଭୁବନେଶ୍ୱର: ସସପେନ୍ସ ଉପରୁ ଉଠିଛି ପରଦା। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ମୋହନ ମାଝୀ କେନ୍ଦୁଝରରୁ ଏଥର କ୍ରମାଗତ ୪ର୍ଥ ବିଜୟ ହାସଲ କରିଛନ୍ତି। ସେହିପରି ସେ ଜଣେ ଆଦିବାସୀ ନେତା ଭାବେ ବେଶ ପରିଚିତ। ସେହିପରି ବଲାଙ୍ଗୀରର ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡ଼ାର ବିଧାୟିକା ପ୍ରଭାତି ପରିଡ଼ା ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏମାନେ ମଧ୍ୟ ଆସନ୍ତାକାଲି ଶପଥ ନେବେ। ଦଳର ସମସ୍ତ ବିଧାୟକମାନଙ୍କ ସମ୍ମତିରେ ଶ୍ରୀ ମାଝୀଙ୍କୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଛି । ଦୁଇଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଶ୍ରୀ ମାଝୀଙ୍କ ନାଁରେ ମୋହର ବାଜିଛି। ସୂଚନା ଅନୁସାରେ, ଦଳର ଦୁଇଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ପଦାଧିକାରୀ ଓ ସାଂସଦମାନଙ୍କ ଉପସ୍ଥିତିରେ ବିଜେପି ରାଜ୍ୟ ମୁଖ୍ୟାଳୟରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଦଳ ପକ୍ଷରୁ ଶ୍ରୀ ମାଝୀଙ୍କ ନାଁ ପାଇଁ ଦିଆଯାଇଥିବା ପ୍ରସ୍ତାବକୁ ସବୁ ବିଧାୟକ ଏକମତରେ ସମର୍ଥନ ଦେଇଥିଲେ ।୫୩ବର୍ଷୀୟ ଶ୍ରୀ ମାଝୀ କେନ୍ଦୁଝର ଆସନରୁ ୨୦୦୦ ମସିହାରୁ ପ୍ରଥମଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୨୦୦୪-୦୯ ଓ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବିଧାୟକ ରହିଛନ୍ତି । ସେ ବିରୋଧୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ କାର୍ଯ୍ୟ ତୁଲାଇ ସାରିଛନ୍ତି । ସେ ମେଂଟ ସରକାରରେ ୨୦୦୫ରୁ ୨୦୦୯ ମସିହା ପର୍ଯ୍ୟନ୍ତ ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।ବିଜେପି ପ୍ରଥମଥର ପାଇଁ ଜଣେ ଆଦିବାସୀ ଚେହେରାକୁ ନିଜର ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାରେ ଅବସ୍ଥାପିତ କରାଇଛି। ଆସନ୍ତାକାଲି ଅପରାହ୍ନରେ ଶପଥ ଗ୍ରହଣ ସମାରୋହ ଚୂଡ଼ାନ୍ତ ହୋଇଥିବାରୁ ବିଜେପିର ନବନିର୍ବାଚିତ ବିଧାୟକ ଦଳ ନେତା ଶ୍ରୀ ମାଝୀ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନୂଆ ସରକାର ଗଠନ ପାଇଁ ଲିଖିତ ଭାବେ ଦାବି ଉପସ୍ଥାପନ କରିବେ ।
Related Posts
ଆସନ୍ତା ୨୪ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ
- satakhabar
- April 22, 2024
- 0
ଭୁବନେଶ୍ବର : ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୪ ତାରିଖରେ ହିଞ୍ଜିଳି ବିଧାନସଭା ଆସନରୁ ନବୀନ ପ୍ରଚାର ଆରମ୍ଭ କରିବେ। ୨୦୧୯ ଭଳି […]
କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ
- satakhabar
- August 16, 2024
- 0
ଭୁବନେଶ୍ୱର,୧୬/୮ : କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ। ଆଜି ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ […]
ଭୋଟ ଗଣତି କେନ୍ଦ୍ରକୁ ନେଇ ହେବନାହିଁ ମୋବାଇଲ: ପୁଲିସ
- satakhabar
- June 3, 2024
- 0
ଭୁବନେଶ୍ୱର, ୩/୬ : ଆସନ୍ତାକାଲି ଭୋଟ ଗଣତି ପାଇଁ ସାରା ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ଓଡିଶା ପୁଲିସ | ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ […]