ଭୁବନେଶ୍ୱର,୧୩/୬ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି।ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲା ଯାଇଥିଲା।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତ ମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆ ଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।
Related Posts
ବନ୍ଦ ରହିବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
- satakhabar
- June 25, 2024
- 0
ପୁରୀ,୨୫/୬ : ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। ପହଣ୍ଡି ଟିକେଟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସମୟ କମ୍ ଥିବାରୁ […]
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ
- satakhabar
- May 2, 2024
- 0
ଭୁବନେଶ୍ୱର, ୨/୫ : କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋଭାଯାତ୍ରାରେ ଯାଇ ନବୀନ ଆଜି ନାମାଙ୍କନ ଭରିଛନ୍ତି। ଟିଟିଲାଗଡ଼ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ […]
ପ୍ରତୀକ୍ଷାର ଅନ୍ତ ଘଟିଲା , ଦୀର୍ଘ ୪୬ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର
- satakhabar
- July 14, 2024
- 0
ପୁରୀ,୧୪/୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଦୀର୍ଘ ୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର । ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଠିକ୍ […]