ଭୁବନେଶ୍ଵର,୧୩/୬ : ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।
Related Posts
ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
- satakhabar
- June 21, 2024
- 0
ଭୁବନେଶ୍ୱର,୨୧/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ l ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି […]
କାହା ଛତ୍ରଛାୟାରେ ଭି.କେ ପାଣ୍ଡିଆନ ?
- satakhabar
- December 20, 2024
- 0
ଭୁବନେଶ୍ବର, ୨0/୧୨ : ୨୦୨୪ ନିର୍ବାଚନ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଓ ବିଜେଡ଼ିର କ୍ଷମତାକେନ୍ଦ୍ର ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକରେ କ’ଣ ଆଲୋଚନା ହେଲା ତାହା କାହାକୁ ଜଣା […]
ସେପ୍ଟେମ୍ବର ୧ରୁ ନୂଆ ଅବକାରୀ ନୀତି, ନିଶା ସେବନ ବିରୁଦ୍ଧରେ ବ୍ୟାପକ ଜନସଚେତନତା ହେବ
- satakhabar
- August 30, 2024
- 0
ଭୁବନେଶ୍ୱର, ୩୦/୮ : ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି I ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ […]