କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ; ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି । ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ l ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।