କଳିଙ୍ଗ ଷ୍ଟାଡିୟମରେ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର, ୨୧/୬ : ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତାଙ୍କ ସହିତ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ସାମିଲ ହୋଇଥିଲେ। କଳିଙ୍ଗ ଷ୍ଟାଡିୟମରେ ଜନ ସାଧାରଣଙ୍କ ସହ ଯୋଗ କରିଥିଲେ ମୁଖ୍ୟମନ୍ତ୍ରୀ। ଯୋଗ କେବଳ ଶରୀର ପାଇଁ ନୁହେଁ ବରଂ ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଓଡ଼ିଶାରେ ଯୋଗ ଦିବସ ପାଳନ କରାଯାଉଥିବାରୁ ଖୁସିବ୍ୟକ୍ତ କରିଛନ୍ତି।

Leave a Reply

Your email address will not be published. Required fields are marked *