ନୂଆଦିଲ୍ଲୀ, ୨୭/୬ : ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମିଳିତ ଅଧିବଶେନକୁ ସମ୍ବୋଧିତ କରି ନବନିର୍ବାଚିତ ସାଂସଦମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି।ସମ୍ବୋଧନ ସଭାରେ ଦେଶର ଗରିବୀଠୁ ନେଇ ଶିକ୍ଷା, ବିଜ୍ଞାନ, ବାଣିଜ୍ୟ ଓ ଭବିଷ୍ୟତ ଯୋଜନା ଉପରେ ଆଲୋଚନା କରିଛନ୍ତି ରାଷ୍ଟ୍ରପତି ମୁର୍ମୁ। ଦେଶରେ ଗରିବୀ ଦୂର ହୋଇଛି, ୨୫ କୋଟି ଭାରତୀୟ ଗରିବୀରୁ ମୁକ୍ତ ହୋଇଛନ୍ତି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି। ଏଥିସହ ଦେଶରେ ବିଜୁଳି ବିଲ୍ ଶୂନ କରିବାକୁ ସରକାର ଯୋଜନା କରୁଥିବା ସେ କହିଛନ୍ତି।ଦେଶର ଉନ୍ନତି କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ବିଷୟରେ ଆଲୋଚନା କରି ରାଷ୍ଟ୍ରପତି କହିଛନ୍ତି, ଆଗକୁ ମହିଳାମାନଙ୍କୁ ଡ୍ରୋନ୍ ପାଇଲଟ କରିବାକୁ ଉଦ୍ୟମ ଚାଲିଛି। ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ବ୍ୟାପକ ଅଭିଯାନ ଚଳାଯାଇଛି। ଉତ୍ତର-ଦକ୍ଷିଣ ଭାରତରେ ବୁଲେଟ୍ ଟ୍ରେନ୍ ଚଳାଚଳ ପାଇଁ ମଧ୍ୟ ବ୍ୟବସ୍ଥା ଚାଲିଛି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି।ନିର୍ବାଚନ ଉପରେ ମତ ରଖି ରାଷ୍ଟ୍ରପତି କହିଛନ୍ତି, ଏଥର କାଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି। ଚାରି ଦଶକରୁ ଏଠାରେ ଭୋଟିଂ ପ୍ରତିଶତ କମ୍ ରହି ଆସୁଥିଲା। ଏଥର କିନ୍ତୁ ବିରାଟ ପରିବର୍ତ୍ତନ ଆସିଛି। ମୋ ସରକାର ଉପରେ ଲୋକେ ତୃତୀୟ ଥର ଭରସା କରିଛନ୍ତି। ଲୋକେ ଜାଣିଛନ୍ତି ମୋ ସରକାର ସେମାନଙ୍କ ଆକାଂକ୍ଷା ପୂରଣ କରିପାରିବ। ସେହିପରି ଡାକ୍ତରୀ ପ୍ରବେଶିକା ପରୀକ୍ଷାକୁ ନେଇ ଚାଲିଥିବା ବିବାଦ ଉପରେ ମଧ୍ୟ ଆଲୋଚନା କରିଛନ୍ତି ରାଷ୍ଟ୍ରପତି। ପେପର୍ ଲିକ୍ ମାମଲା ଉପରେ ନିରପେକ୍ଷ ଯାଞ୍ଚ କରାଯିବ ବୋଲି ରାଷ୍ଟ୍ରପତି କହିଛନ୍ତି। ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି ରାଷ୍ଟ୍ରପତି।
Related Posts
ହାଥରସରେ ଅଭାବନୀୟ ଘଟଣା ; ସତ୍ସଙ୍ଗରେ ଦଳାଚକଟା, ୨୭ଜଣଙ୍କ ମୃତ୍ୟୁ
- satakhabar
- July 2, 2024
- 0
ଲକ୍ଷ୍ନୌ,୨/୭ : ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଯାଇଛି । ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍ସଙ୍ଗର ଉଦ୍ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା । ଏହି […]
ଆଜି ରାମନବମୀ; ଉତ୍ସବମୁଖର ଅଯୋଧ୍ୟା
- satakhabar
- April 17, 2024
- 0
ନୂଆଦିଲ୍ଲୀ,17/4: ଆଜି ପବିତ୍ର ରାମ ନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଆଜିର ଦିନରେ ପାପର କ୍ଷୟ ପାଇଁ ଧରାପୃଷ୍ଠକୁ ଓହ୍ଲାଇଥିଲେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର । ରାମ ନବମୀକୁ ନେଇ […]
ରାମ ରହିମଙ୍କୁ ହାଇକୋର୍ଟରୁ ମିଳିଲା ବଡ ଆଶ୍ୱସ୍ତି
- satakhabar
- May 28, 2024
- 0
ନୂଆଦିଲ୍ଲୀ,୨୮/୫: ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ରଣଜିତ ସିଂ ହତ୍ୟା ମାମଲାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଦେଇଥିବା […]