ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବାକି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୨୪ ଘଂଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକ‌ା ମନୋରମା ମହାପାତ୍ର କହିଛନ୍ତି, ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଂଟାରେ ୭ ସହରରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜୟପୁରରେ ୧୧୬ ମିଳିମିଲିଟର ବର୍ଷା ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *