ନୂଆଦିଲ୍ଲୀ,୨୮/୬ : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଅମିତ ଶାହଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ମୋହନ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।
କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
