କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା ; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୨୯/୬ : ଅନୁଗୁଳ ଜିଲ୍ଲାର ଟିକରପଡାଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟଙ୍କୁ ୬ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *