ହାଥରସରେ ଅଭାବନୀୟ ଘଟଣା ; ସତ୍‌ସଙ୍ଗରେ ଦଳାଚକଟା, ୨୭ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ,୨/୭ : ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଯାଇଛି । ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା । ଏହି ଦୁର୍ଘଟଣାରେ ୨୭ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ ତ୍ରିପାଠୀ ନିଶ୍ଚିତ କରିଛନ୍ତି। ତେବେ ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୪୦ରୁ ଅଧିକ ବୋଲି କୁହାଯାଉଛି । ସେହିପରି ୧୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାର ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।