IAS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୧୦/୭ : ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ। ବରିଷ୍ଠ ଅଧିକାରୀ ନିକୁଞ୍ଜ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ସହ ଇଡକୋ ଚେୟାରମ୍ୟାନ ନିଯୁକ୍ତ କରାଯାଇଛି । ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯାଇଛି ।ସେହିଭଳି ଜି ମାଥିଭାଥନନଙ୍କୁ ଗୋପବନ୍ଧୁ ଏକାଡେମୀର ମହାନିର୍ଦ୍ଦେଶକ ଭାବେ ବଦଳି କରାଯାଇ ଉଷା ପାଢ଼ୀଙ୍କୁ ଏହି ବିଭାଗ ଦାୟିତ୍ୱ ମିଳିଛି । ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଏବଂ ଶକ୍ତି ବିଭାଗ ଦାୟିତ୍ୱ ମିଳିଥିବାବେଳେ ବିଶାଳ ଦେବଙ୍କୁ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦାୟିତ୍ୱ ମିଳିଛି।ଅନ୍ୟପଟେ କ୍ରୀଡ଼ା ବିଭାଗ ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତ ଥିବା ଆର. ଭିନୀଲୀକ୍ରିଷ୍ଣାଙ୍କୁ ଭୂମି ଅଭିଲେଖ ଏବଂ ବନ୍ଦୋବସ୍ତ ବିଭାଗକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଭାସ୍କର ଜ୍ୟୋତି ଶର୍ମାଙ୍କୁ କ୍ରୀଡା ବିଭାଗ ଦାୟିତ୍ୱ ମିଳିଛି।

Leave a Reply

Your email address will not be published. Required fields are marked *