ଭୁବନେଶ୍ବର,୧୧/୭ : ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ପହଣ୍ଡି ସମୟରେ ଘଟିଥିବା ଅଘଟଣ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି। ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ । ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ। ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ବାଭାବିକ। ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ।ମୋହନ ମାଝୀ କହିଛନ୍ତି, ଆଡ଼ପ ମଣ୍ଡପ ପହଣ୍ଡି ବି ଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ପୁରୀ ଯିବାକୁ ନିର୍ଦ୍ଦେଶ ଦେବା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି। ଏସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ଗୁରୁତ୍ବର ସହ ପାଠ କରିଛି। ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସଂପନ୍ନ କରିବା। ଆପଣଙ୍କର ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ। ପ୍ରକାଶ ଯେ, ଶ୍ରୀ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର କ୍ଷୋଭ ପ୍ରକାଶ କରିଥିଲେ।
Related Posts
ମଙ୍ଗଳାଙ୍କ ମେଡିକାଲ ପାଠ୍ୟକ୍ରମ ଜାରି ରଖିବା ପାଇଁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ : ମୁଖ୍ୟମନ୍ତ୍ରୀ
- satakhabar
- August 29, 2024
- 0
ଭୁବନେଶ୍ୱର, ୨୯/୮ : ଲୋକସେବା ଭବନଠାରେ ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜରେ ଏମ୍ବିବିଏସ୍ ପାଠ୍ୟକ୍ରମ ପାଇଁ ନିଟ୍-୨୦୨୪ ଦ୍ବାରା ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍ ଅନ୍ତର୍ଗତ ବଡବେଲ ଗ୍ରାମର ବଣ୍ଡା […]
ନବୀନ ନିବାସରେ ‘ଦମନ’ ଟିମ୍, ନବୀନଙ୍କୁ ଭେଟି ଆଶୀର୍ବାଦ କାମନା କଲେ
- satakhabar
- August 17, 2024
- 0
ଭୁବନେଶ୍ୱର,୧୭/୮ : ମ୍ୟାଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ […]
ଜ୍ୱରରୁ ସୁସ୍ଥ ହେଲେ ଶ୍ରୀଜୀଉ
- satakhabar
- July 3, 2024
- 0
ପୁରୀ,୩/୭ : ଜ୍ୱରରୁ ସୁସ୍ଥ ହେଲେ ଶ୍ରୀଜୀଉ। ହେଲା ରାଜପ୍ରାସାଦ ବିଜେ ନୀତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜପ୍ରାସାଦରେ ପହଞ୍ଚିଲେ ସେବାୟତ। ଶ୍ରୀଜୀଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ସେବାୟତ ଜଣାଇଛନ୍ତି। ଗୁପ୍ତ […]