ରତ୍ନଭଣ୍ଡାର ଖୋଲିବା ପରେ ସିଏମଓ ପକ୍ଷରୁ ଟ୍ବିଟ୍, କହିଲେ – ତୁମେ ଲୀଳାମୟ। ତୁମ ଇଚ୍ଛାରେ…

ଭୁବନେଶ୍ବର,୧୪/୭ : ଦୀର୍ଘ ୪୬ ବର୍ଷ ପରେ ଖୋଲିଲା ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର । ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର । ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା । ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏ ନେଇ ପ୍ରକ୍ରିୟା ଜାରି ରହିଛି । ତେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ସିଏମଓ ପକ୍ଷରୁ ଟ୍ବିଟ୍ କରାଯାଇଛି । ସେଥିରେ ଲେଖା ଅଛି କି …ଜୟ ଜଗନ୍ନାଥ ହେ ମହାପ୍ରଭୁ ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍‌ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିଲା। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ୍ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ

Leave a Reply

Your email address will not be published. Required fields are marked *