ଟ୍ରେନ୍‌ ଦୁର୍ଘଟଣା: ରେଳ ଧାରଣାରୁ ଖସିଲା ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ

ଉତ୍ତରପ୍ରଦେଶ,୧୮/୭ : ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି । ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି । ତେବେ ଟ୍ରେନର ୧୦ଟି ବଗି ଲାଇନଚ୍ୟୁତ୍ ହେଇଛି ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ରେଳ ବିଭାଗର ଉଚ୍ଚ ଅଧିକାରୀମାନେ ପହଞ୍ଚି ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି ।