ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ବର, ୧୯ / ୭ : ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କୁ ମିଳିଛି ବଡ଼ ଦାୟିତ୍ବ । ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ(ଏଜି) ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।