ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୧/୭ : ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ । ତେବେ ସୋବାର ଏହି ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ କାଲିଠାରୁ ସପ୍ତଦଶ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ । ଏହି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ।