ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କମିଟି

ଭୁବନେଶ୍ୱର,୨୩/୭ : ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ ସଦସ୍ୟ ଅଛନ୍ତି । ଏହି ସଦସ୍ୟମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ , କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ ।