ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ବର,୨୫/୭ : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌ ଉପସ୍ଥାପନ କରିଛନ୍ତି । ୨୦୨୩-୨୪ ତୁଳନାରେ ୧୫ ପ୍ରତିଶତ ଅଧିକ ବଜେଟ୍‌ ରହିଛି । ତାଙ୍କ ସରକାରର ପ୍ରଥମ ବଜେଟ ଉପସ୍ଥାପନ କରିବା ତାଙ୍କ ପାଇଁ ଆନନ୍ଦ ଓ ଗୌରବର ବିଷୟ ବୋଲି ଏହି ଅବସରରେ ସେ କହିଛନ୍ତି ।