ଚଳିତ ବଜେଟରେ କିଛି ଯୋଜନାର ବଦଳିଲା ନାଁ, ଜାଣନ୍ତୁ କେଉଁ ଯୋଜନାର ନାଁ କ’ଣ ହେଲା…

ଭୁବନେଶ୍ୱର,୨୫/୭ : ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୁରୁବାର ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ ଯୋଜନାର ନାମ ପରିବର୍ତ୍ତନ କରି ଅନେକ ନୂଆ ନାମ ଯୋଡ଼ିଛନ୍ତି । ଚଳିତ ବଜେଟରେ ବିଜେଡି ସରକାରର ବହୁ ଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଛି।ଏଥିସହ ନୂଆ ସରକାର କିଛି ନୂଆ ଯୋଜନା ମଧ୍ୟ ଆଣିଛନ୍ତି। ଅନାଥ ଶିଶୁଙ୍କ ପାଇଁ ବଜେଟରେ ‘ଯଶୋଦା’ ନୂଆ ଯୋଜନା ଅଣାଯାଇଛି । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା ଘୋଷଣା ହୋଇଛି। ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା କରାଯାଇଛି। ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟ ବରାଦ ହୋଇଛି।ସେହିପରି ସ୍କୁଲରେ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’। ଏହି ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଏସ୍‌ଟି ପିଲାଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା ମିଳିବ। ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି। ଆଜି ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷର ବଜେଟ ଆକାରରେ ୧୫.୨% ବୃଦ୍ଧି ହୋଇଛି।