ମମତାଙ୍କୁ ଭେଟିଲେ ମୋହନ

ଭୁବନେଶ୍ୱର,୨୭/୭ : ଆଜି ନୂଆଦିଲ୍ଲୀ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି I ଶନିବାର ନୂଆଦିଲ୍ଲୀ ଠାରେ ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଯାଇଛନ୍ତି I ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟର ସମାଧାନ ପାଇଁ ସେଠାରେ ମମତା ବାନାର୍ଜୀଙ୍କୁ ସାକ୍ଷାତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

Leave a Reply

Your email address will not be published. Required fields are marked *