୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର, ୨୯/୭ : ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ଜିଲାମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସଆରସିଙ୍କ ନିର୍ଦ୍ଦେଶ ରହିଛି ।