ଭୁବନେଶ୍ୱର, ୨୯ /୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି ।ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଆବଣ୍ଟନ ହୋଇଛି ।ସେହିପରି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି ।ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ନ୍ୟସ୍ତ ହୋଇଛି ।ସେହିପରି ଅବସରପ୍ରାପ୍ତ ବରିଷ୍ଠ ଓଏଏସ୍ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର, ଶ୍ରମ ଓ ନିଯୁକ୍ତି, ଅବକାରୀ ବିଭାଗ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ମିଳିଥିବା ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଲାଣି।ସେହିପରି ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଥିବାବେଳେ ଓଏଫଏସ୍ ଅଫିସର ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦାୟିତ୍ୱ ନ୍ୟସ୍ତ ହୋଇଥିବା ଜଣାପଡ଼ିଛି।
Related Posts
ମାଟ୍ରିକ ଟପ୍ପରଙ୍କୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଶିକ୍ଷା, ସ୍ବାଭିମାନ ଓ ତ୍ୟାଗ ମେଧାବୃତ୍ତି-୨୦୨୪ ପ୍ରଦାନ
- satakhabar
- July 21, 2024
- 0
ଭୁବନେଶ୍ବର,୨୧।୭ : ମାଟ୍ରିକ ଟପ୍ପରଙ୍କୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଶିକ୍ଷା, ସ୍ବାଭିମାନ ଓ ତ୍ୟାଗ ମେଧାବୃତ୍ତି ରବିବାର ପ୍ରଦାନ କରାଯାଇଛି । ୨୦୨୪ର ମାଟ୍ରିକ ଟପ୍ପର ଶୁଭଙ୍କର ସାହୁଙ୍କୁ ଏହି ମେଧାବୃତ୍ତି ଦିଆଯାଇଛି […]
ରିସିକିଆ ପ୍ରେମିକକୁ ଧରିଲା କ୍ରାଇମବ୍ରାଞ୍ଚ; ମଧ୍ୟ ବୟସ୍କା ମହିଳାଙ୍କୁ କରୁଥିଲା ଟାର୍ଗେଟ
- satakhabar
- September 13, 2024
- 0
ଭୁବନେଶ୍ବର, ୧୩/୯ : ମାଟ୍ରିମୋନିଆଲ ସାଇଡରେ ସେକେଣ୍ଡ ମ୍ୟାରେଜ ନାଁରେ ଖୋଲିଥିଲା ଆକାଉଣ୍ଟ। କେତେବେଳେ ନିଜକୁ ରେଲୱେ କର୍ମଚାରୀ, ଇନକମ ଟ୍ୟାକ୍ସ ଇନସିପେକ୍ଟର, କଷ୍ଟମ୍ସ ଅଫିସର ଓ ସେଣ୍ଟ୍ରାଲ ଏକସାଇଜ ଅଧିକାରୀ କହୁଥିଲା। ମଧ୍ୟ […]
ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟରେ ଚାଲିଛି ଠିଆ ପାଲା
- satakhabar
- September 18, 2024
- 0
ଭୁବନେଶ୍ବର,୧୮/୯ : ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ ପରିବର୍ତ୍ତନ ଘଟିଛି ଏବଂ ପ୍ରଥମ କରି ବିଜେଡ଼ି ଓଡ଼ିଶାରେ ଶାସନ ଭାର ଗ୍ରହଣ କରିଛି । ଶାସନ ଭାର ଗ୍ରହଣ କରିବା ପରେ ଓଡ଼ିଶାବାସୀଙ୍କ ପାଇଁ […]