ଓ୍ବାୟନାଡରେ ଭୟଙ୍କର ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ଶହେ ପାର୍‌

ଓ୍ବାୟନାଡ,୩୦/୭: କେରଳ ୱାୟନାଡରେ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର୍‌ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ୧୦୬ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଏବେ ମଧ୍ୟ ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ ତିନୋଟି ଭୂସ୍ଖଳନ ହେବା ପରେ ରାସ୍ତା-ଘାଟ, ଘର-ଦ୍ୱାର ଧୋଇ ହୋଇଯାଇଛି। ଓ୍ବାୟନାଡର ମୋପ୍ପାଡି, ମୁବାଡକାଇ ଏବଂ ଚୁରାଲ ମାଲା ଗାଁ ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ରୂପେ ବିଚ୍ଛିନ୍ନ ହୋଇଯାଇଛି।ସୂଚନା ଅନୁସାରେ, ଗତକାଲି ରାତିରୁ ୱାୟନାଡରେ ପ୍ରବଳ ବର୍ଷା ପରେ ତିନୋଟି ଭୂସ୍ଖଳନ ହୋଇଥିଲା। ଫଳରେ ନଦୀ ଜଳସ୍ତର ବୃଦ୍ଧି ପାଇ ପୋଲ ଭାସି ଯାଇ ଗାଁ ମଧ୍ୟକୁ ବନ୍ୟା ପାଣି ପଶି ଯାଇଥିଲା। ଏଥିରେ ପାହାଡିଆ ଅଞ୍ଚଳ ମୋପ୍ପାଡି, ମୁବାଡକାଇ ଏବଂ ଚୁରାଲ ମାଲା ବିଶେଷ ଭାବେ ପ୍ରଭାବିତ ହୋଇଛି।

Leave a Reply

Your email address will not be published. Required fields are marked *