ଭୁବନେଶ୍ୱର,୫/୮ : ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ,ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ। ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
Related Posts
ଗୋହତ୍ୟା ସମ୍ପୂର୍ଣ୍ଣ ବନ୍ଦ ଦାବିରେ କେଶରୀୟା ହିନ୍ଦୁ ବାହିନୀ ପକ୍ଷରୁ ବିକ୍ଷୋଭ
- satakhabar
- December 5, 2024
- 0
ଭୁବନେଶ୍ବର, ୫/୧୨ : କେଶରୀୟା ହିନ୍ଦୁ ବାହିନୀ ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ରାଜ୍ୟ କମିଟି ତରଫରୁ ଗୋହତ୍ୟା ସମ୍ପୂର୍ଣ୍ଣ ବନ୍ଦ ଦାବିରେ ଏକ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟ ତଥା […]
ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କଲେ ହାଇକୋର୍ଟ
- satakhabar
- September 26, 2024
- 0
ଭୁବନେଶ୍ବର, ୨୬/୯ : ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍କା । ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ । ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। […]
‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ କରିପାରିବେ ଅଙ୍ଗନବାଡ଼ି କର୍ମୀ
- satakhabar
- August 30, 2024
- 0
ଭୁବନେଶ୍ବର, ୩୦/୮ : ‘ସୁଭଦ୍ରା’ ଯୋଜନା ପାଇଁ ଅଙ୍ଗନବାଡ଼ି କର୍ମୀ କରିପାରିବେ ଆବେଦନ । ଏ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସମେତ ସହାୟିକା, ଆଶା କର୍ମୀ, […]