ବିଜେଡିର ୧୫ ଜଣିଆ ନୂଆ କମିଟି ଗଠନ

ଭୁବନେଶ୍ୱର,୫/୮: ନୂଆ କମିଟି ଗଠନ କଲା ବିଜେଡି । ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ବୟ ରକ୍ଷା ନିମନ୍ତେ କାର୍ଯ୍ୟ କରିବ ବୋଲି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର କମିଟିର ଚେୟାରମ୍ୟାନ ହୋଇଛନ୍ତି ।ଦେବୀଙ୍କ ଅଧ୍ୟକ୍ଷତାରେ ୧୫ଜଣିଆ ଟିମ ଗଠିତ କରାଯାଇଥିବା ଜଣାପଡିଛି।ଏହି କମିଟିର ଅଧ୍ୟକ୍ଷ ଭାବେ ଦେବୀପ୍ରସାଦ ମିଶ୍ର ରହିଥିବାବେଳେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମକେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ୍‌, ଅରୁଣ କୁମାର ସାହୁ, ଅଶ୍ୱିନୀ କୁମାର ପାତ୍ର, ପ୍ରତାପ ଜେନା, ଶାରଦା ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ ଓ ଦେବେଶ ଆଚାର୍ଯ୍ୟ ସଦସ୍ୟ ଅଛନ୍ତି ।

Leave a Reply

Your email address will not be published. Required fields are marked *