ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ବାଂଲାଦେଶରେ ସେନା ସରକାର

ନୂଆଦିଲ୍ଲୀ୫/୮ : ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଇସ୍ତଫା ପରେ ବାଂଲାଦେଶରେ ଶାସନ ଭାର ହାତକୁ ନେଲା ସେନା । ଶାସନ ଭାର ଗ୍ରହଣ ସହ ସବୁ ଦଳର ପ୍ରତିନିଧିଙ୍କୁ ଡାକି ଆଲୋଚନା କରିଛନ୍ତି। ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ଅପିଲ କଲେ ବାଂଲା ସେନା ମୁଖ୍ୟ । ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ପ୍ରଧାନମନ୍ତ୍ରୀ ଶେଖ ହସିନା ଶେଷରେ ସେନା ଚାପରେ ସୋମବାର ଇସ୍ତଫା ଦେଇଛନ୍ତି। ସେନାର ଚେତାବନୀ ପରେ ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।