ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ୱର,୧୦/୮ : ରାଜ୍ୟରେ ମୌସୁମୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର । ଆସନ୍ତା ମଙ୍ଗଳବାରଠାରୁ ୩ ଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି