ଭୁବନେଶ୍ୱର,୧୫/୮ : ସାରା ଦେଶ ଆଜି ପାଳନ କରୁଛି ୭୮ତମ ସ୍ୱାଧୀନତା ଦିବସ। ସେହିପରି ଭାବରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀ ଉଦ୍ଦେଶ୍ୟରେ କହିଛନ୍ତି, ଭାରତର ସ୍ୱାଧୀନତା ସଂଗ୍ରାମ ହେଉଛି ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ୱଗୁରୁ ହେବ।ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ୱାଭିମାନୀ। ସେମାନେ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ମୁଁ ରାଜ୍ୟବାସୀଙ୍କୁ ବଡ଼ ସ୍ୱପ୍ନ ଦେଖାଇବିନି ହେଲେ ଯାହା ପ୍ରତିଶ୍ରୁତି ଦେଇଛି ତାହା ପାଳନ କରିବି।ଶ୍ରୀମନ୍ଦିର ୪ ଦ୍ୱାର ଖୋଲିଛୁ। ଧାନ କ୍ୱିଣ୍ଟାଲ ୩୧ଶହ ଟଙ୍କା ହୋଇଛି। ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ଲାଗୁ ହେବ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ। ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କୁ ମୁଖ୍ୟମନ୍ତ୍ରୀ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହ ପୁଲିସ୍ ଓ ବିଭିନ୍ନ ଫୋର୍ସ ପକ୍ଷରୁ ସ୍ୱତନ୍ତ୍ର ପରେଡ୍ ପ୍ରଦର୍ଶନ କରାଯାଇଛି। ଚଳିତବର୍ଷ ପରେଡରେ ଏନସିସି, ସ୍କାଉଟ ଗାଇଡ, ଅର୍ଦ୍ଧସାମରିକ ଓ ସାମରିକ ଭଳି ବିଭିନ୍ନ କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୫୮ଟି ଟ୍ରୁପ୍ ଅଂଶଗ୍ରହଣ କରିଛନ୍ତି। ଚଳିତଥର ଇଣ୍ଡୋ ତିଦ୍ଦତୀୟାନ ବର୍ଡର ପୁଲିସ ସହ ଛତିଶଗଡ଼ ଷ୍ଟେଟ ଆର୍ମ ପୁଲିସ ଯୋଗ ଦେଇଛନ୍ତି ।
Related Posts
ଓଲିଉଡ଼ ହିରୋଇନଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ଘରେ କାମ କରୁଥିବା ଝିଅକୁ ମାଡ଼ ମାରୁଥିଲେ
- satakhabar
- July 9, 2024
- 0
ଭୁବନେଶ୍ବର, ୯/୭ : ଓଲିଉଡ଼ ହିରୋଇନଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ । ଓଲିଉଡ଼ର ଜନୈକ ଆଗଧାଡ଼ିର ହିରୋଇନଙ୍କ ଘରେ କାମ କରୁଥିବା ଝିଅ ଆଣିଛି ଏଭଳି ଅଭିଯୋଗ । ଅଭିଯୋଗ ଅନୁଯାୟୀ, ଅଭିନେତ୍ରୀ […]
‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ
- satakhabar
- September 2, 2024
- 0
ଭୁବନେଶ୍ବର, ୨/୯ : ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ଅନ୍ଲାଇନ୍ ଆବେଦନ ପାଇଁ ଆଜି ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା […]
ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ; ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବେ
- satakhabar
- June 26, 2024
- 0
ଭୁବନେଶ୍ୱର,୨୬/୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତିନି ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଦିଲ୍ଲୀରେ ଏହି ସମୟରେ ସେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ […]