ୱାଇ.ବି. ଖୁରାନିଆ ହେଲେ ରାଜ୍ୟର ନୂଆ ପୁଲିସ ଡିଜି

ଭୁବନେଶ୍ୱର, ୧୬/୮ : ଚର୍ଚ୍ଚାର ଅନ୍ତ ଘଟିଛି। ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ହୋଇଛନ୍ତି ଓଡ଼ିଶାର ନୂଆ ପୁଲିସ ଡିଜି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ଖୁରାନିଆ ।ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି ।

Leave a Reply

Your email address will not be published. Required fields are marked *