ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଛାଡ଼ିଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର, ୧୭/୮ : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ପୂର୍ବତନ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଜ୍ୟ ସରକାର ଆଜି ଅପରାହ୍ନରୁ ଗ୍ରହଣ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ତ୍ରିପାଠୀଙ୍କୁ ବିଜେଡି ସରକାର ୨୦୨୦ ଡିସେମ୍ବର ମାସରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରେ ଥଇଥାନ କରିଥିଲେ ।ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ଅପରାହ୍ନରୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି ।ତେବେ ଶ୍ରୀ ତ୍ରିପାଠୀ ରାଜ୍ୟ ସରକାରଙ୍କୁ କେବେ ନିଜର ଇସ୍ତଫା ପତ୍ର ପଠାଇଥିଲେ ତାହା ଜଣାପଡ଼ିନି ।ଶ୍ରୀ ତ୍ରିପାଠୀଙ୍କର ରାଜ୍ୟ ମୁଖ୍ୟ ସଚିବ ଭାବେ ୨୦୨୦ ଡିସେମ୍ବର ୩୧ତାରିଖରେ ଅବସର ନେବା ପୂର୍ବରୁ ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରେ ବିଜେଡି ସରକାର ଥଇଥାନ ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଥିଲେ ।