ଭୁବନେଶ୍ୱର,୨୧/୮ : ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।
Related Posts
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା !
- satakhabar
- August 10, 2024
- 0
ଭୁବନେଶ୍ୱର,୧୦/୮ : ରାଜ୍ୟରେ ମୌସୁମୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, […]
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ
- satakhabar
- April 23, 2024
- 0
ଭୁବନେଶ୍ୱର, ୨୩/୪ : ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ ଭିଜିଲାନ୍ସ କୋର୍ଟକୁ ନୋଟିସ କରିଛନ୍ତି […]
କଂଗ୍ରେସ – ବିଜେଡି ମେଣ୍ଟ !
- satakhabar
- September 25, 2024
- 0
ଭୁବନେଶ୍ବର , ୨୫/୯ : ଖୋଲା ମଞ୍ଚରେ ଚାଞ୍ଚଲ୍ୟକର ବୟାନ ଦେଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ। କହିଲେ କଂଗ୍ରେସ ସହ ହାତ ମିଳେଇ ରାଜ୍ୟରେ ସରକାର ଗଢିବ ବିଜେଡି । ପାରାଦୀପ କୁଜଙ୍ଗରେ […]