ଚିକିଟି ମଦ ଘଟଣାରେ ସରକାରଙ୍କ କଡ଼ା ଆଭିମୁଖ୍ୟ ; ମଦ କାରବାରରେ ସମ୍ପୃକ୍ତ ଥିଲେ ହେବ…

ଭୁବନେଶ୍ୱର,୨୧/୮ : ବେଆଇନ୍‌ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥିସହିତ ବେଆଇନ୍‌ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ। ଏଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରି ସବିଶେଷ ତଥ୍ୟ ମାଗିଛନ୍ତି। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷିଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ଉ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *