ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯/୮ : ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।