ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨/୯ : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଜି ବିଧାନସଭାରେ କହିଛନ୍ତି। ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ। ଶୂନ୍ୟକାଳରେ ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ପ୍ରସ୍ତାବ ଅଛି କି ନାହିଁ ବୋଲି ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ କଳିକେଶ ସିଂହଦେଓ।

ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା।

Leave a Reply

Your email address will not be published. Required fields are marked *