ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ଆଭା, ସାରା ଓଡ଼ିଶାରେ ବିଭିନ୍ନ ମହଲରୁ ଭୁୟସୀ ପ୍ରଶଂସା

ଭୁବନେଶ୍ବର, ୧୩/୯ : ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଆଭା” ଜଣେ ଭିନ୍ନକ୍ଷମ ନାରୀର କାହାଣୀ ଓଡ଼ିଶାର ୧୮ ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି l ସ୍ଵାତି ସିନେପ୍ଲେକ୍ସରେ ପ୍ରିମିୟର ଶୋ ହୋଇଥିଲା l ଶୋ ଦେଖିବା ପାଇଁ ଆଭାର ପୁରା ଟିମ୍ ସହ ଓଲିଉଡ଼ର ବହୁ ପ୍ରଯୋଜକ, ନିର୍ଦ୍ଦେଶକ ଓ ସିନେ ସମୀକ୍ଷକମାନେ ସମ୍ପୂର୍ଣ୍ଣ ଚଳଚ୍ଚିତ୍ରଟି ଦେଖି ଭୁୟସୀ ପ୍ରଶଂସା କରିଥିଲେ l କଟକ, ଭୁବନେଶ୍ୱର ସମେତ ବାଲେଶ୍ୱର, ଯାଜପୁର, ବ୍ରହ୍ମପୁରରେ ହାଉସଫୁଲ ହେବା ସହ ଦର୍ଶକଙ୍କର ଢେର ପ୍ରଶଂସା ମିଳିଛି l ଆଭା ଏକ ନିପଟ ମଫସଲ ଗାଁର ଗରିବ ପରିବାରର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ l ଭିନ୍ନକ୍ଷମ ହେଲେ ମଧ୍ୟ କେମିତି ଜୀବନ ଶୈଳୀରେ ବଞ୍ଚିବାକୁ ହେବ ଯାହା ସମାଜକୁ ଏକ ପ୍ରକାର ଶିକ୍ଷା ମିଳିଛି ତାହାରି ଉପରେ ଆଧାରିତ ଚଳଚ୍ଚିତ୍ର ଆଭା l ଖୁବ୍ ସୁନ୍ଦର ଅଭିନୟ କରିଛନ୍ତି ଆଭା ଓରଫ ସୋନା ମଲ୍ଲିକ l ଏହି ଚଳଚ୍ଚିତ୍ରଟି ପଶ୍ଚିମବଙ୍ଗର ମେଦିନିପୁରର ଏକ ଆଦିବାସୀ ଗ୍ରାମର ଜଙ୍ଗଲ ଘେରି ରହିଥିବା ଏକ ଗ୍ରାମୀଣ ପରିବେଶରେ ସୁଟିଂ କରାଯାଇଛି l

ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଅନେକ ନୂଆ ସ୍ୱାଦ ପାଇବେ ବୋଲି ନିର୍ଦ୍ଦେଶକ କହିଛନ୍ତି। ଏହି ଚଳଚ୍ଚିତ୍ର ନାରୀ କୈନ୍ଦ୍ରିକ ହୋଇଥିବାରୁ ସମାଜରେ ସୁପ୍ରଭାବ ପକାଇବ ବୋଲି ନିର୍ମାତା ଓ ନିର୍ଦ୍ଦେଶକ ଆଶା ପ୍ରକଟ କରିଛନ୍ତି। ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ପ୍ରବୀର ମହାପାତ୍ର l କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦାୟିତ୍ୱ ରେ ଅଛନ୍ତି ପଲ୍ଲଵ ରୟ l ସଂଳାପ ଲେଖିଛନ୍ତି ବିଶିଷ୍ଟ ଗୀତିକାର ମୋହିତ ଚକ୍ରବର୍ତ୍ତୀ l ଚିତ୍ରୋତ୍ତଳନରେ ଚିତ୍ତରଞ୍ଜନ ବିଶ୍ୱାଳ, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର l କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ସତ୍ୟ ପ୍ରକାଶ ସାହୁ l କ୍ରିଏଟିଭ ହେଡ୍‌ (ମାର୍କେଟିଙ୍ଗ ଓ ପିଆର୍) ଦାୟିତ୍ଵରେ ଅଛନ୍ତି ପ୍ରଣୟ ଜେଠୀ ।ଚଳଚ୍ଚିତ୍ର ପ୍ରେମୀଙ୍କ ପାଇଁ ଓମ୍ ବାବା ପ୍ରଡକସନ୍ସ ଏକ ନୂଆ ସ୍ୱାଦର ସିନେମା ଭେଟି ଦେଇଛି l ଆଭା ଚଳଚ୍ଚିତ୍ରର ମୁଖ୍ୟ ନାୟିକା ଭାବେ ନବାଗତା ଅଭିନେତ୍ରୀ ସୋନା ମଲ୍ଲିକ ଅଭିନୟ କରିଛନ୍ତି l

ତାଙ୍କ ସହ ଅଭିଜ୍ଞ ଅଭିନେତ୍ରୀ ଅନୁ ଚୌଧୁରୀ, କେଦାର ମିଶ୍ର, ଶ୍ଵେତା ଆଚାର୍ଯ୍ୟଙ୍କ, ବିଶାଲ ସାହୁ ସମେତ ଆହୁରି ଅନେକ ତାରକା ଅଭିନୟ କରିଛନ୍ତି। ସାରା ଓଡ଼ିଶାରେ ଆଭା ଚଳଚ୍ଚିତ୍ର ଦର୍ଶାକାଦୃତ ହେବା ସହିତ ଢେର ପ୍ରଶଂସା ମିଳୁଛି ବୋଲି କ୍ରି୍ଏଟିଭ ହେଡ଼, ମାର୍କେଟିଙ୍ଗ ଏବଂ ପ୍ରଚାର ଓ ପ୍ରସାର ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି l

Leave a Reply

Your email address will not be published. Required fields are marked *