ସେପ୍ଟେମ୍ବର ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୧୯/୯ : ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏଥିପାଇଁ ଆଜି ଠାରୁ ଉଦ୍ଦିଷ୍ଟ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହୋଇଛି । ପଞ୍ଜୀକୃତ ସର୍ବାଧିକ ୧୦୦୦ ଦରଖାସ୍ତକାରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ ।

ଆସନ୍ତା ୨୩ ତାରିଖ ସୋମବାର ୧୧ଟା ସମୟରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ-୫ ସ୍ଥିତ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମଆର-୪ ଠାରେ ଏହି ଜନଶୁଣାଣି ଅନୁଷ୍ଠିତ ହେବ । ଆବେଦନକାରୀ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *