ଅକ୍ଟୋବର ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ଭୁବନେଶ୍ୱର, ୭/୧୦ : ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି |

ପ୍ରକାଶ ଯେ,ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା | ଆଉ ଆସନ୍ତା ୧୦ ତାରିଖରୁ ଏହା ଖୋଲାଯିବ ।

Leave a Reply

Your email address will not be published. Required fields are marked *