ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର,୮/୧୦ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ ୧୫ ଲକ୍ଷରୁ ୨୦ଲକ୍ଷ ଟଙ୍କାକୁ ୧.୧.୨୪ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ୧.୧.୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି ।

Leave a Reply

Your email address will not be published. Required fields are marked *