ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ‘You are in Safe Hands’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ। ପରିସ୍ଥିତିକୁ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି। ଏହା ସହିତ ଅଭିଜ୍ଞତା ସମ୍ପନ୍ନ ଅଧିକାରୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।