ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର, ୧୪/୧ : କେନ୍ଦୁଝର ଜିଲ୍ଲା ପାଟଣା ବୈତରଣୀ ନଦୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଟଣା ବୈତରଣୀ ନଦୀର ଅନୁସୟା ଘାଟରେ ମକର ସ୍ନାନ କରି ଦେବ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପୁଣ୍ୟତୋୟା ବୈତରଣୀ ନଦୀରେ ମକର ସ୍ନାନ କରିଛନ୍ତି । ସ୍ନାନ ପରେ ପ୍ରଥମେ ପାଟଣା ବୈତରଣୀ ନଦୀ ସନ୍ନିକଟ ପରମେଶ୍ୱର ମହାଦେବଙ୍କ ଦର୍ଶନ ପରେ ପୁରାତନ ଆନନ୍ଦେଶ୍ୱର ମହାଦେବ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ନିମନ୍ତେ ଜଳାଭିଷେକ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ୨୦୨୨ରେ ସଦର ବିଧାୟକ ଥିବାବେଳେ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀର ଅନୁସୟା ଘାଟରେ ମକର ବୁଡ ପକାଇଥିଲେ। ଏହି ଅବସରରେ ସେ କହିଛନ୍ତି, ରାଜ୍ୟବାସୀ ସବୁବେଳେ ଖୁସିରେ ରୁହନ୍ତୁ, ଏହା ହିଁ ଠାକୁରଙ୍କ ପାଖରେ ପ୍ରାର୍ଥନା କରିଛନ୍ତି ।

Leave a Reply

Your email address will not be published. Required fields are marked *