ଭୁବନେଶ୍ୱର, ୧/୩ : ନବ ଦାସ ହତ୍ୟା ମାମଲାରେ ପୁଣି ତନାଘନା କରିବ କ୍ରାଇମ୍ବ୍ରାଞ୍ଚ। ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମ୍ବ୍ରାଞ୍ଚ। ମାର୍ଚ୍ଚ ପ୍ରଥମ ସପ୍ତାହରେ କୌଣସି ଦିନ ହାଜର ହେବା ପାଇଁ ନୋଟିସ୍ କରାଯାଇଛି ।କ୍ରାଇମ୍ବ୍ରାଞ୍ଚ ତଦନ୍ତ ନେଇ କୌଣସି ଆପତ୍ତି ଥିଲେ ବା କିଛି କହିବାର ଥିଲେ ସେମାନେ ଜଣାଇପାରିବେ ବୋଲି କୁହାଯାଇଛି ।
ମାମଲାକୁ ସିବିଆଇ ତଦନ୍ତ କରୁ ବୋଲି ବୟାନବାଜି ଲାଗି ରହିଛି। ଏହାରି ଭିତରେ କ୍ରାଇମ୍ବ୍ରାଞ୍ଚ ନୋଟିସ୍ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଛି। କ୍ରାଇମ୍ବ୍ରାଞ୍ଚର ଏହି ନୋଟିସ୍ ପରେ ଏବେ ସବୁ ମହଲରେ ଚର୍ଚ୍ଚା ଯେ କ୍ରାଇମ୍ବ୍ରାଞ୍ଚକୁ କ’ଣ କହିବେ ଦୀପାଳି ଓ ବିଶାଳ ?