ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବାକୁ ନେଇ ବିବାଦ…

ଭୁବନେଶ୍ୱର, ୩/୩ : ମହାପ୍ରଭୁ ଜଗନ୍ନାଥଙ୍କୁ ଅପମାନ। ଜଣେ ବିଦେଶିନୀ ତାଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବାକୁ ନେଇ ବିବାଦ ଆରମ୍ଭ ହୋଇଛି । ଏହି ଟାଟୁ ଆଙ୍କିଥିବା ଭୁବନେଶ୍ବର ରକି ଟାଟୋଜ୍ ବିରୋଧରେ ସହିଦନଗର ଥାନାରେ ଏତଲା ଦିଆଯାଇଛି ।

ରକି ଟାଟୋଜ୍ ଷ୍ଟୁଡିଓ ମାଲିକ ରକି ରଞ୍ଜନ ବିଶୋଇ ଜଗନ୍ନାଥଙ୍କୁ ଅପମାନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।ହିନ୍ଦୁ ଧର୍ମୀୟ ଭାବନାକୁ କୁଠାରଘାତ ସହ ଜଗନ୍ନାଥଙ୍କୁ ଅପମାନିତ କରାଯାଇଛି। ବିଦେଶିନୀ ଜଙ୍ଘରେ ଆଙ୍କିଥିବା ଟାଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯୁବତୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୋ ଦେଖିବା ପରେ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ ଦେଇଛି। ବିବାଦ ତେଜିବା ପରେ ସୋସିଆଲ ମିଡିଆରେ କ୍ଷମା ପ୍ରାର୍ଥନା କରିଛନ୍ତି ରକି।

Leave a Reply

Your email address will not be published. Required fields are marked *