ଜଷ୍ଟିସ୍ ହରିଶ ଟଣ୍ଡନ ହେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ଵର,୨୧/୩ : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବାବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି ।