ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି

ଭୁବନେଶ୍ବର, ୧୮୪ : ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଗୁରୁବାର ଅପରାହ୍ନରେ ଶଙ୍ଖ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି । ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି।
ବିଜେଡିରେ ଯୋଗ ଦେବା ପରେ ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି । ସେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇନ୍ତି।

Leave a Reply

Your email address will not be published. Required fields are marked *