ଆଜି ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ବର : ନିର୍ବାଚନ ପାଇଁ ସରଗରମ ହେଲାଣି ରାଜନୀତି। କମ୍ପିଲାଣି ପ୍ରଚାର ମଇଦାନ। ଗୁରୁବାରଠାରୁ ବିଜେପିର ପ୍ରଚାର ଅଭିଯାନ ଜୋରଦାର ହେବ। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଜି ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାର କରିବେ। ଏହାସହ ଜନସଭାରେ ଉଦ୍‌ବୋଧନ ଦେବେ। ଶାହାଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ସେ ଏହି ସଭାରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମ୍ପର୍କରେ କ’ଣ କହିବେ, ତାହାକୁ ସମସ୍ତେ ଅପେକ୍ଷା କରିଛନ୍ତି।

ତାଙ୍କ ଗସ୍ତକୁ ନେଇ ରାଜ୍ୟ ବିଜେପି ନେତା ଓ କର୍ମୀ ଉତ୍ସାହିତ ରହିଛନ୍ତି। ଶାହା ସୋନପୁରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବର ଆସିବେ। ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବିଜେପିର ଶୀର୍ଷ ନେତୃତ୍ବ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓଡ଼ିଶା ଆସି ପ୍ରଚାର କରିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *